fbpx

ଆଜି ଓଡ଼ିଶାରୁ ୪୨ ଜଣ କରୋନାରେ ପ୍ରାଣ ହରାଇଲେ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା, କଟକ ଓ ଅନୁଗୁଳରୁ ୪ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ସେହିପରି ବୌଦ୍ଧ, ଦେବଗଡ଼, ଝାରସୁଗୁଡ଼ା, କଳାହାଣ୍ଡିରୁ ୩ ଜଣ ଲେଖାଏଁ, ଗଜପତି, ଜଗତସିଂହପୁର, ମୟୂରଭଞ୍ଜ, ରାୟଗଡ଼ା, ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, ବରଗଡ଼, ଗଞ୍ଜାମ, ଯାଜପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି, ନୂଆପଡ଼ା ଓ ପୁରୀରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.