fbpx
BSKY SKY
BSKY SKY

ଦେଶରେ ଆଜି ୪୨୦୯ ମୃତ, ୨.୫୯ ଲକ୍ଷ ସଂକ୍ରମିତ

BSKY

ନୂଆଦିଲ୍ଲୀ, ୨୧ା୫ : ଦେଶରେ କରୋନା ଥମିବାର ନାଁ ଧରୁନାହିଁ । ବିଭିନ୍ନ କଟକଣା, ଟିକାକରଣ ମଧ୍ୟ କରୋନା ସଂକ୍ରମଣ ଓ ମୃତ୍ୟୁ ଉପରେ କୌଣସି ପ୍ରଭାବ ପକାଇ ପାରିନାହିଁ । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୨୦୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୯୧ ହଜାର ୩୩୧କୁ ବୃଦ୍ଧି ପାଇଛି । ଦିନକରେ ୨ ଲକ୍ଷ ୫୯ ହଜାର ୫୯୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୬୦ ଲକ୍ଷ ୩୧ ହଜାର ୯୯୧କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ଲକ୍ଷ ୨୭ ହଜାର ୯୨୫ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୨୭ ଲକ୍ଷ ୧୨ ହଜାର ୭୩୫ରେ ପହଞ୍ଚିଛି । ୧୮ କୋଟି ୫୮ ଲକ୍ଷ ୯ ହଜାର ୩୦୨ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.