fbpx

ଓଡ଼ିଶାରୁ ୪୩ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୨୧୦କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଅନୁଗୁଳ, ବରଗଡ଼, କଟକ, ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, ବୌଦ୍ଧ, କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବାଲେଶ୍ୱର, ଗଞ୍ଜାମ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ପୁରୀ, ରାୟଗଡ଼ାରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, କନ୍ଧମାଳ, ନୟାଗଡ଼, ସମ୍ବଲପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.