fbpx

କଟକରୁ ଆଜି ପୁଣି ୪୩ ପଜିଟିଭ୍ ଚିହ୍ନଟ

କଟକ, ୧ ।୮(ଓଡ଼ିଶା ଭାସ୍କର): ରାଜ୍ୟରେ ହୁ ହୁ ହୋଇ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ଆଜି କଟକ ସହରରୁ ୫୪ ନୂଆ କରୋନା ପଜିଟିଭଙ୍କ ମଧ୍ୟରୁ ୪୩ ଜଣ ସହରର ବୋଲି ଜଣାପଡିଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୩୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୧୧ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏନେଇ ସିଏମସି ପକ୍ଷରୁ ସୂଚନା ମିଳିଛି ।

ତେବେ ବର୍ତ୍ତମାନ ସୁଦ୍ଧା ୯୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି । ସେମାନଙ୍କ ମଧ୍ୟରୁ ୪୭୮ଜଣ ସୁସ୍ଥ ହୋଇଛନ୍ତି ଓ ୧୦ଜଣଙ୍କର ମୃତ୍ୟୁ ଘଟିଛି । ଏବେ ୪୬୧ ଜଣ ଚିକିତ୍ସିତ ଅବସ୍ଥାରେ ରହିଛନ୍ତି ।

Get real time updates directly on you device, subscribe now.