fbpx
BSKY
BJD YOUTH SKY
BJD MS SKY

୨୪ ଘଣ୍ଟାରେ ମଲେଣି ୪୩୪

ନୂଆଦିଲ୍ଲୀ,୨ ।୭: ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧୭,୮୩୪କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୩୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୧୯,୧୪୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୬,୦୪,୬୪୧ କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ସଂକ୍ରମିତ ସଂଖ୍ୟା ୨,୨୬,୯୪୭ ଥିବା ବେଳେ ୩,୫୯,୮୫୯ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.