fbpx

ଓଡ଼ିଶାରୁ ଆଜି ୪୪ ଜଣଙ୍କର ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ?

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିଲେ ବି ମୃତୁସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୧୬୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଅନୁଗୁଳ, କଟକ, ଝାରସୁଗୁଡ଼ା, ବରଗଡରୁ ୪ ଜଣ ଲେଖାଏଁ, କଳାହାଣ୍ଡି, ପୁରୀ, ରାୟଗଡା ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବଲାଙ୍ଗିର, ବୌଦ୍ଧ ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହ ଦେବଗଡ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।

ଅନ୍ୟପଟେ ରାଜ୍ୟରେ ଆଜି ୬୦୯୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୪୪୬ ଓ ସ୍ଥାନୀୟ ଅଞ୍ଚଳରୁ ୨୬୫୧ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୩୭ ହଜାର ୨୨୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୭ ଲକ୍ଷ ୬୪ ହଜାର ୬୭୩ ରହିଥିବା ବେଳେ ୭୯ ହଜାର ୩୩୩ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୧୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.