ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
ଆଜି ୪୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୫୩ ଓ ସ୍ଥାନୀୟ ଅଞ୍ଚଳରୁ ୧୮୮ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୭୫ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୯୬୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୨୫ ହଜାର ୨୫ ରହିଥିବା ବେଳେ ୪ ହଜାର ୫୮୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 22nd October
New Positive Cases: 441
Of which 0-18 years: 75
In quarantine: 253
Local contacts: 188(Details of local contacts will be shared by concerned Dist Administration)
1. Angul: 3
2. Balasore: 6
3. Bargarh: 5
4. Bhadrak: 13
5. Balangir: 2— I & PR Department, Odisha (@IPR_Odisha) October 23, 2021
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୦୫କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୨ ଜଣ, ପୁରୀ, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
23. Puri: 7
24. Rayagada: 10
25. Sambalpur: 18
26. Sundargarh: 14
27. State Pool: 50New recoveries: 603
Cumulative tested: 21451263
Positive: 1037964
Recovered: 1025025
Active cases: 4581— I & PR Department, Odisha (@IPR_Odisha) October 23, 2021