fbpx

୨୪ ଘଣ୍ଟାରେ ୪୪୫ ମୃତ

ନୂଆଦିଲ୍ଲୀ,୨୨ ।୬: ଦେଶରେ କରୋନା ମହାମାରୀ ଦିନକୁ ଦିନ ସକ୍ରିୟ ହେବାରେ ଲାଗିଛି । ଏହାରି ମଧ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩ ହଜାର ୬୯୯କୁ ବୃଦ୍ଧି ପାଇଛି । ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୨୫ ହଜାର ୨୮୨ ହୋଇଛି । ସେହିପରି ୨୪ ଘଣ୍ଟାରେ ଦେଶରେ ୪୪୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୪ ହଜାର ୮୨୧ ନୂଆ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ ସମୟରେ ୧,୭୪,୩୮୭ ସଂକ୍ରମିତ ଚିକିତ୍ସାଧିନ ଅବସ୍ଥାରେ ରହିଛନ୍ତି ଏବଂ ୨,୩୭,୧୯୫ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ତେବେ ମହାରାଷ୍ଟ୍ରରେ ସର୍ବାଧିକ ୬ ହଜାର ୧୭୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦିଲ୍ଲୀରେ ୨୧୭୫, ଗୁଜରାଟରେ ୧୬୬୩, ତାମିଲନାଡୁରେ ୭୫୭, ପଶ୍ଚିମବଙ୍ଗରେ ୫୫୫, ମଧ୍ୟପ୍ରଦେଶରେ ୫୧୫ ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.