ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ହାର କ୍ରମଶଃ ନିମ୍ନମୁଖୀ ହେବାରେ ଲାଗିଛି । ପୂର୍ବରୁ ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଥିଲା । ବର୍ତ୍ତମାନ ଲକଡାଉନର ପ୍ରଭାବ ରାଜ୍ୟରେ କିଛିମାତ୍ରାରେ ପଡ଼ୁଥିବା ଲକ୍ଷ୍ୟ କରାଯାଉଛି । ଏହା ମଧ୍ୟରେ ଆଜି ପୁଣି ୪୪୬୯ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୫୪୬ ଓ ସ୍ଥାନୀୟ ଅଞ୍ଚଳରୁ ୧୯୨୩ ଜଣ ଚିହ୍ନଟ ହୋଇଛନ୍ତି ।
6. Boudh: 90
7. Cuttack: 413
8. Deogarh: 23
9. Dhenkanal: 252
10. Gajapati: 26
11. Ganjam: 43
12. Jagatsinghpur: 140
13. Jajpur: 370
14. Jharsuguda: 27
15. Kalahandi: 92
16. Kandhamal: 28
17. Kendrapada: 59
18. Keonjhar: 96
19. Khurda: 612
20. Koraput: 87
21. Malkangiri: 75— I & PR Department, Odisha (@IPR_Odisha) June 13, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୫୧ ହଜାର ୭୮୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୭ ଲକ୍ଷ ୮୯ ହଜାର ୬୬ ରହିଥିବା ବେଳେ ୫୯ ହଜାର ୩୬୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
New recoveries: 7578
Cumulative tested: 12652397
Positive: 851782
Recovered: 789066
Active cases: 59361— I & PR Department, Odisha (@IPR_Odisha) June 13, 2021