ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
ଆଜି ୪୪୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୬୦ ଓ ସ୍ଥାନୀୟ ଅଞ୍ଚଳରୁ ୧୮୭ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୭୮ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୪୧୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୨୫ ହଜାର ୫୦୭ ରହିଥିବା ବେଳେ ୪ ହଜାର ୫୪୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 23rd October
New Positive Cases: 447
Of which 0-18 years: 78
In quarantine: 260
Local contacts: 187(Details of local contacts will be shared by concerned Dist Administration)
1. Angul: 3
2. Balasore: 13
3. Bargarh: 1
4. Bhadrak: 2
5. Balangir: 1— I & PR Department, Odisha (@IPR_Odisha) October 24, 2021
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୦୯କୁ ବୃଦ୍ଧି ପାଇଛି । କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
23. Rayagada: 31
24. Sambalpur: 24
25. Sonepur: 1
26. Sundargarh: 5
27. State Pool: 43New recoveries: 482
Cumulative tested: 21520424
Positive: 1038411
Recovered: 1025507
Active cases: 4542— I & PR Department, Odisha (@IPR_Odisha) October 24, 2021