fbpx

ଥମୁନି କରୋନା ମୃତ୍ୟୁ: ଆଜି ଓଡ଼ିଶାରୁ ୪୫ ଆକ୍ରାନ୍ତ ହରାଇଲେ ପ୍ରାଣ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଥିବା ବେଳେ ମୃତ୍ୟୁସଂଖ୍ୟା ନିୟନ୍ତ୍ରଣକୁ ଆସିନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ମୃତ୍ୟୁସଂଖ୍ୟାରେ ରୋକ୍ ଲାଗିପାରୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୪୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୦୬୩କୁ ବୃଦ୍ଧି ପାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ନୟାଗଡ଼ ଓ ପୁରୀରୁ ୫ ଜଣ ଲେଖାଏଁ, କେନ୍ଦୁଝର ଓ ଗଞ୍ଜାମରୁ ୪ ଜଣ ଲେଖାଏଁ, ବରଗଡ଼ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ଅନୁଗୁଳ, ସମ୍ବଲପୁର ଓ କଟକଣୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହ ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.