fbpx

ଓଡ଼ିଶାରୁ ପୁଣି ବାହାରିଲେ ୪୫୭ ପଜିଟିଭ

ଭୁବନେଶ୍ୱର,(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ପୂର୍ବ ଅପେକ୍ଷା ହ୍ରାସ ପାଇବାରେ ଲାଗିଛି । ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହାରି ମଧ୍ୟରେ ଆଜି ପୁଣି ୪୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୬୫ ଓ ସ୍ଥାନୀୟ ଅଞ୍ଚଳରୁ ୧୯୨ ଜଣ ଚିହ୍ନଟ ହେବା ସହ ୭୩ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୭୧୮ରେ ପହଞ୍ଚିଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୦,୦୩,୬୦୩ ଜଣ ସୁସ୍ଥ ହୋଇଥିବା ବେଳେ ୫ ହଜାର ୯୪୮ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.