fbpx

ରାଜ୍ୟରେ ଆଉ ୪୫୯ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୧।୪(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୪୫୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୦୬୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୬୨, କଳାହାଣ୍ଡିରୁ ୪୩, ନୂଆପଡ଼ାରୁ ୩୮, ବରଗଡ଼ରୁ ୩୨, ଝାରସୁଗୁଡ଼ାରୁ ୨୯, ଅନୁଗୁଳରୁ ୨୪, କଟକ ୨୨, ବାଲେଶ୍ୱର ଓ ସମ୍ବଲପୁରରୁ ୧୬, ବଲାଙ୍ଗିରରୁ ୧୫, ଗଞ୍ଜାମରୁ ୧୨, ମୟୁରଭଞ୍ଜରୁ ୧୦, ପୁରୀ ଓ ରାୟଗଡ଼ରୁ ୯, ଯାଜପୁରରୁ ୮, ଭଦ୍ରକ, ଦେଓଗଡ଼, ଗଜପତି ଓ ନବରଙ୍ଗପୁରରୁ ୫, କନ୍ଧମାଳରୁ ୪, କେନ୍ଦ୍ରାପଡା, କୋରାପୁଟ ଓ ସୋନପୁରରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Get real time updates directly on you device, subscribe now.