ଭୁବନେଶ୍ୱର, ୧୦ା୯ (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୪୬୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୪୬୦ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୮୫ ଓ ସ୍ଥାନୀୟ ଅଞ୍ଚଳରୁ ୨୭୫ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୪୦୫ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।
ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୪୯୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୭୫୫ ଜଣ ସୁସ୍ଥ ହୋଇଛନ୍ତି ଓ ୫୪ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୫୧୩୦ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।
Update on newly detected & cured #COVID19 cases in the last 24 hrs under the BMC area on 10th Sep 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitized & will be under active surveillance. pic.twitter.com/OiuMlf8Hs1— BMC (@bmcbbsr) September 10, 2020