fbpx

ରାଜ୍ୟରେ ୪୭ ଜଣଙ୍କର କରୋନାରେ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୮୪୮କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ବରଗଡ଼, କଟକ ଓ ନୟାଗଡ଼ରୁ ୫ ଜଣ ଲେଖାଏଁ, ଗଞ୍ଜାମ, ପୁରୀ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ଅନୁଗୁଳ, ଯାଜପୁର ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ, ଗଜପତି, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୂରଭଞ୍ଜ ଓ ନୂଆପଡ଼ାରୁ ଜଣେ ଲେଖାଏଁ ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.