fbpx
BJD SKY
BJD SKY

ଓଡ଼ିଶାରେ କରୋନା ମୃତ୍ୟୁ ରେକର୍ଡ ଛୁଇଁଲା: ଆଜି ରାଜ୍ୟରେ ୪୭ ଜଣଙ୍କ ମୃତ୍ୟୁ

BJD

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଆଜି ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ରେକର୍ଡ ସୃଷ୍ଟି କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୨୫୭କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ ଓ କଟକରୁ ୫ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଅନୁଗୁଳ, ବରଗଡ଼ରୁ ୪ ଜଣ ଲେଖାଏଁ, ବାଲେଶ୍ୱର, ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଗଞ୍ଜାମ, ନୟାଗଡ଼ରୁ ୩ ଜଣ ଲେଖାଏଁ, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ଯାଜପୁର, ରାୟଗଡ଼ା, ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.