ଭୁବନେଶ୍ୱର,(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହାରି ମଧ୍ୟରେ ଆଜି ପୁଣି ୪୭୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୭୪ ଓ ସ୍ଥାନୀୟ ଅଞ୍ଚଳରୁ ୧୯୭ ଜଣ ଚିହ୍ନଟ ହେବା ସହ ୫୭ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୬ ହଜାର ୮୩୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦,୦୨,୧୨୮ ରହିଥିବା ବେଳେ ୬ ହଜାର ୫୪୮ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 12th September
New Positive Cases: 471
Of which 0-18 years: 57
In quarantine: 274
Local contacts: 197(Details of local contacts will be shared by concerned Dist Administration)
District Wise Cases:
1. Angul: 4
2. Balasore: 26
3. Bargarh: 2
4. Bhadrak: 4— I & PR Department, Odisha (@IPR_Odisha) September 13, 2021
21. Sundargarh: 1
22. State Pool: 44New recoveries: 874
Cumulative tested: 18905077
Positive: 1016833
Recovered: 1002128
Active cases: 6548— I & PR Department, Odisha (@IPR_Odisha) September 13, 2021