fbpx
BSKY
BJD MC SKY
BJD YOUTH SKY

ଓଡ଼ିଶାରୁ ପୁଣି ବାହାରିଲେ ୪୭୧ ପଜିଟିଭ , ୪ ମୃତ

ଭୁବନେଶ୍ୱର,(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହାରି ମଧ୍ୟରେ ଆଜି ପୁଣି ୪୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୫୨ ଓ ସ୍ଥାନୀୟ ଅଞ୍ଚଳରୁ ୧୭୬ ଜଣ ଚିହ୍ନଟ ହେବା ସହ ୫୫ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୨୬୧ରେ ପହଞ୍ଚିଛି । ରାଜ୍ୟରେ ବର୍ତ୍ତମାନ ୬ ହଜାର ୨୯୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସେହପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮,୧୦୪ କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ୨, କଟକ ଓ ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.