ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
Covid-19 Report For 30th September
New Positive Cases: 477
Of which 0-18 years: 74
In quarantine: 278
Local contacts: 199(Details of local contacts will be shared by concerned Dist Administration)
District Wise Cases:
1. Angul: 5
2. Balasore: 26
3. Bhadrak: 7
4. Balangir: 1— I & PR Department, Odisha (@IPR_Odisha) October 1, 2021
ଆଜି ୪୭୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୭୮ ଓ ସ୍ଥାନୀୟ ଅଞ୍ଚଳରୁ ୧୯୯ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୭୪ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୬ ହଜାର ୯୫୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୧୩ ହଜାର ୧୪୨ ରହିଥିବା ବେଳେ ୫ ହଜାର ୫୫୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. Sundargarh: 5
23. State Pool: 45New recoveries: 559
Cumulative tested: 20034245
Positive: 1026953
Recovered: 1013142
Active cases: 5556— I & PR Department, Odisha (@IPR_Odisha) October 1, 2021