fbpx

କୋଭିଡ଼ ମୁକାବିଲା ନେଇ ୪୭୭ ପିଜି ଡାକ୍ତରଙ୍କୁ ନିଯୁକ୍ତି

ଭୁବନେଶ୍ୱର, ୫ା୮(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ତେଣୁ କୋଭିଡ଼ ମୁକାବିଲା କରିବା ପାଇଁ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି । ବିଭିନ୍ନ ଡାକ୍ତରଖାନାରେ ୪୭୭ ପିଜି ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଇଛି । ନିଯୁକ୍ତି ଦିଆଯାଇଥିବା ଡାକ୍ତରମାନେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଅଧୀନରେ ୩ମାସ କାମ କରିବେ । ଉଲ୍ଲେଖଯୋଗ୍ୟ ଯେ ରାଜ୍ୟର ବିଭିନ୍ନ ମେଡ଼ିକାଲ କଲେଜରେ ପିଜି ଡାକ୍ତର ପଢ଼ୁଛନ୍ତି ।

Get real time updates directly on you device, subscribe now.