ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
Covid-19 Report For 1st October
New Positive Cases: 478
Of which 0-18 years: 57
In quarantine: 281
Local contacts: 197(Details of local contacts will be shared by concerned Dist Administration)
District Wise Cases:
1. Angul: 7
2. Balasore: 25
3. Bhadrak: 4
4. Cuttack: 57— I & PR Department, Odisha (@IPR_Odisha) October 2, 2021
ଆଜି ୪୭୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୮୧ ଓ ସ୍ଥାନୀୟ ଅଞ୍ଚଳରୁ ୧୯୭ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୫୭ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୪୩୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୧୩ ହଜାର ୮୩୩ ରହିଥିବା ବେଳେ ୫ ହଜାର ୩୩୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
21. Sundargarh: 10
22. State Pool: 47New recoveries: 691
Cumulative tested: 20103496
Positive: 1027431
Recovered: 1013833
Active cases: 5336— I & PR Department, Odisha (@IPR_Odisha) October 2, 2021