fbpx

ଭୁବନେଶ୍ୱରରୁ ପୁଣି ୪୮୦ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, ୧୨ ।୯ (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୪୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୮୨ ଓ ସ୍ଥାନୀୟ ଅଞ୍ଚଳରୁ ୨୯୮ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୬୪୨ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୧୫ ହଜାର ୮୪୫କୁ ବୃଦ୍ଧି ପାଇଛି ।

ମୋଟ ୧୫,୮୪୫ ପଜିଟିଭ ମଧ୍ୟରୁ ୬୦ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୧୦,୮୨୬ ଜଣ ସୁସ୍ଥ ଓ ୪୯୪୬ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

 

Get real time updates directly on you device, subscribe now.