fbpx

୨୪ ଘଣ୍ଟାରେ ୪୫ ହଜାର ୨୩୧ କରୋନା ପଜିଟିଭ୍ ଚିହ୍ନଟ, ୪୯୬ ମୃତ

ନୂଆଦିଲ୍ଲୀ,୨।୧୧: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ହଜାର ୨୨ ହଜାର ୬୦୭ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୫ ହଜାର ୨୩୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୯୬ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୮୨ ଲକ୍ଷ ୨୯ ହଜାର ୩୧୩ କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୫ ଲକ୍ଷ ୬୧ ହଜାର ୯୦୮ ଜଣ ଚିକିତ୍ସିତ ହେଉଥିବା ବେଳେ ୭୫ ଲକ୍ଷ ୪୪ ହଜାର ୭୯୮ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.