fbpx

ଦେଶରେ ଆଜି ୪୯୯ କରୋନା ଆକ୍ରାନ୍ତ ମୃତ୍ୟୁ

Advertisement

ନୂଆଦିଲ୍ଲୀ : ଦେଶରେ ଗତ କିଛିଦିନ ଧରି କରୋନା ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ଜାରି ରହିଛି । କିନ୍ତୁ ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ତେବେ କିଛିଦିନ ପୂର୍ବରୁ ପୁଣି କରୋନା କଡ଼ ଲେଉଟାଇବାକୁ ନେଇ ଚିନ୍ତା ବଢ଼ିଯାଇଥିଲା । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୯୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୧୪ ହଜାର ୧୦୮କୁ ବୃଦ୍ଧି ପାଇଛି । ଦିନକରେ ୩୧ ହଜାର ୧୬୪ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୧ ଲକ୍ଷ ୪୪ ହଜାର ୨୨୯କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୨୧ ହଜାର ୬୬୫ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୩ କୋଟି ୩ ଲକ୍ଷ ୮ ହଜାର ୪୫୬କୁ ବୃଦ୍ଧି ପାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.