fbpx

ରାଜ୍ୟରେ ଆଉ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୩ା୪(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ଆଉ ୪ଜଣ କରୋନା ଆକ୍ରାନ୍ତ ଥିବା ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭କୁ ବୃଦ୍ଧି ପାଇଛି । ୪ଜଣ ଆକ୍ରାନ୍ତ ଯାଜପୁର ଜିଲ୍ଳାର ବୋଲି ଜଣାପଡ଼ିଛି । ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି । ୪ଜଣଙ୍କ ମଧ୍ୟରେ ତିନିଜଣ ମହିଳା ଥିବାବେଳେ ଜଣେ ୨୧ବର୍ଷିୟ ଯୁବକ ରହିଛନ୍ତି । ମହିଳା ତିନିଜଣଙ୍କ ବୟସ ୪୮, ୭୦ ଓ ୮୦ବର୍ଷ । ସମସ୍ତ ୪ନୂଆ ଆକ୍ରାନ୍ତ ପଶ୍ଚିମବଙ୍ଗରୁ ଫେରିଥିବା ନେଇ ଜଣାପଡ଼ିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଏହାସହ ଓଡ଼ିଶାରେ ୮୭ଜଣ ଆକ୍ରାନ୍ତ ଥିବା ବେଳେ ସେମାନଙ୍କ ମଧ୍ୟରୁ ୩୩ଜଣ ସୁସ୍ଥ ହେବା ସହ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୫୩ଜଣ ରାଜ୍ୟରେ କରୋନା ଆକ୍ରାନ୍ତରେ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Get real time updates directly on you device, subscribe now.