fbpx

ରାଜ୍ୟର ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୩ ।୪(ଓଡିଶା ଭାସ୍କର): ଓଡିଶାରେ ପୁଣି ୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି । ସମସ୍ତ ସୁସ୍ଥ ବ୍ୟକ୍ତି ଭୁବନେଶ୍ୱରର ହୋଇଥିବା ସୂଚନା ମିଳିଛି । କରୋନା ନମୁନା ପରୀକ୍ଷା ପରେ ୫ଜଣଙ୍କର ରିପୋର୍ଟ ନେଗେଟିଭ୍ ଆସିଥିବା ଜଣାପଡିଛି । ଏହି କ୍ରମରେ ଓଡିଶାର ମୋଟ ୧୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ପୂର୍ବରୁ ୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିଲେ । ଆଜି ଆଉ ୫ ଜଣ ସୁସ୍ଥ ହୋଇଛନ୍ତି । ମୋଟ ୫୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି । ବର୍ତ୍ତମାନ ସମୟରେ ୩୬ ଜଣ କରୋନା ଆକ୍ରାନ୍ତ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

 

Get real time updates directly on you device, subscribe now.