fbpx

ରାଜ୍ୟରେ ଆଜି ପୁଣି ୫ ଜୀବନ ନେଲା କରୋନା

ଭୁବନେଶ୍ୱର,୧।୧୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୩୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୭୪୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ପୁରୀରୁ ସର୍ବାଧିକ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧା ଓ ଜଗତସିଂପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.