fbpx

ରାଜ୍ୟରେ ସୁସ୍ଥ ହେଲେ ଆଉ ୫ଜଣ

ଭୁବନେଶ୍ୱର, ୯ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୬୮କୁ ବୃଦ୍ଧି ପାଇଛି । ବାଲେଶ୍ୱରର ୪ଜଣ ଓ ଯାଜପୁରର ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୮ ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୮ଜଣ ସୁସ୍ଥ ହୋଇଛନ୍ତି ଓ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ଓଡ଼ିଶାରେ କରୋନାରେ ୨୧୮ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।

Get real time updates directly on you device, subscribe now.