fbpx

Breaking News; ଆହୁରି ୫ ଦିନ ପ୍ରବଳ ବର୍ଷିବ: ୧୧ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

Advertisement

ଭୁବନେଶ୍ୱର: ସାରା ରାଜ୍ୟରେ ମୌସୂମୀ ଜନିତ ବର୍ଷା ଲାଗି ରହିଛି । ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଥିବା ବେଳେ ଆଗାମୀ ୫ ଦିନ ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ଏଥିପାଇଁ ପାଣିପାଗ ବିଭାଗ ରାଜ୍ୟର ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ଉତ୍ତର ବାଂଲାଦେଶ ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସକ୍ରିୟ ହୋଇଛି ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ଆସନ୍ତା ୬ ଏବଂ ୭ ତାରିଖ ବେଳକୁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ୫ ଦିନ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ଆଗାମୀ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନୁଗୁଳ, ସମ୍ବଲପୁର, ବରଗଡ଼, ମାଲକାନଗିରି ଏବଂ କୋରାପୁଟକୁ ମଧ୍ୟ ପାଣିପାଗ ବିଭାଗ ତରଫରୁ ୟେଲୋ ୱାର୍ଣ୍ଣିଂ ନୋଟିସ ଦିଆଯାଇଛି । ସେହିପରି ରାୟଗଡ଼ା ଏବଂ ଗଜପତି ଜିଲ୍ଲାକୁ ମଧ୍ୟ ସତର୍କ ରହିବା ପାଇଁ ସୂଚନା ଦେଇଛି ପାଣିପାଗ ବିଭାଗ । ଆଗୀ ୫ ଦିନ ମଧ୍ୟରେ ଏହିସବୁ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ।

Get real time updates directly on you device, subscribe now.