fbpx
BSKY
BJD SHG SKY
BJD YOUTH SKY

ଆହୁରି ୫ ଦିନ ବର୍ଷା; ଆଜି ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ପ୍ରଭାବ ଯୋଗୁଁ ଲୋକଙ୍କୁ ଖରାରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ଏହାରି ମଧ୍ୟରେ ଆହୁରି ୫ ଦିନ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି । ତେବେ ଆଜି ଉତ୍ତର ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ଓଡ଼ିଶାରେ ବିଜୁଳି ଓ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।

ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ଅନ୍ୟପକ୍ଷରେ କାଳବୈଶାଖୀ ପ୍ରଭାବରେ ଆଜି ଟ୍ୱିନସିଟିରେ ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି । ତେବେ କାଳବୈଶାଖୀ ପ୍ରଭାବ ୫ ଦିନ ପର୍ଯ୍ୟନ୍ତ ରହିବା ସହ ଦିନ ତାପମାତ୍ରା ଆଉ ବଢିବନି । ଏଥିସହ କୋରାପୁଟରେ ଗତ ୨୪ ଘଣ୍ଟାରେ ସର୍ବାଧିକ ୨୪ ମିମି ବର୍ଷା ରେକର୍ଡ କରାଯାଇଛି ।

Get real time updates directly on you device, subscribe now.