fbpx

ରାଜ୍ୟରେ ପୁଣି ୫ ଜୀବନ ନେଲା କରୋନା, ଜାଣନ୍ତୁ ସମ୍ପୂର୍ଣ ତଥ୍ୟ

ଭୁବନେଶ୍ୱର,୧୧ ।୭(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୫୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଜଣଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମର ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପୁରୀ, ଭୁବନେଶ୍ୱର ଓ କଟକରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମର ୫୫ ଓ ୭୨ ବର୍ଷୀୟ ପୁରୁଷଙ୍କ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୭୨ ବର୍ଷୀୟ ବ୍ୟକ୍ତି ମଧୁମେହ ରୋଗରେ ପୀଡିତ ଥିଲେ ।

ଅନ୍ୟପଟେ ପୁରୀରେ ୭୦ ବର୍ଷୀୟ ବୃଦ୍ଧଙ୍କ କରୋନାରେ ମୃତ୍ୟୁ ହୋଇଛି । ୭୦ ବର୍ଷୀୟ ବୃଦ୍ଧ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।

ସେହିପରି କଟକରେ ୪୬ ବର୍ଷୀୟ ବ୍ୟକ୍ତିଙ୍କ କରୋନା ଜନିତ ମୃତ୍ୟୁ ହୋଇଛି । ୪୬ ବର୍ଷୀୟ ବ୍ୟକ୍ତି ଉଭୟ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।

ଭୁବନେଶ୍ୱରେ ୫୬ ବର୍ଷୀୟ ମହିଳାଙ୍କର କରୋନା ଜନିତ ମୃତ୍ୟୁ ହୋଇଛି । ସେ ମଧୁମେହ ରୋଗରେ ପୀଡିତ ଥିବା ଜଣାପଡିଛି ।

Get real time updates directly on you device, subscribe now.