fbpx

ପୁଣି ଲଜ୍ଜାଜନକ କାଣ୍ଡ, ୫ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର, ୨୧ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ଦିନକୁ ଦିନ ଚୋରୀ, ଡକାୟତି, ମର୍ଡ଼ର, ଦୁଷ୍କର୍ମ ଭଳି ଜଘନ୍ୟ କାଣ୍ଡ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଟାଙ୍ଗୀ ଥାନା ଅଞ୍ଚଳରେ ଜଣେ ୫ବର୍ଷର ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏନେଇ ପୀଡ଼ିତାଙ୍କ ପରିବାର ପକ୍ଷରୁ ଟାଙ୍ଗୀ ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ଆଧାରରେ ଟାଙ୍ଗୀ ଥାନା ପୋଲିସ ଜଣକୁ ଅଟକ ରଖିଛି । ଅନ୍ୟପଟେ ଦୁଷ୍କର୍ମ ମାମଲାରେ ମୁଖ୍ୟ ଅଭିଯୁକ୍ତ ନାବଳକ ଫେରାର ହୋଇଯାଇଥିବା ସୂଚନା ମିଳିଛି । ଏହାସହ ପୀଡ଼ିତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଟାଙ୍ଗି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

Get real time updates directly on you device, subscribe now.