fbpx

କରୋନା ମୃତ୍ୟୁ ହାଫ୍ ସେଞ୍ଚୁରୀ ମାରିଲା, ଆଜି ପୁଣି ରାଜ୍ୟରେ ୫୧ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ଓଡ଼ିଶାରେ କରୋନା ମୃତ୍ୟୁସଂଖ୍ୟା ଆଜି ପୁଣି ହାଫ୍ ସେଞ୍ଚୁରୀ ମାରିଛି । କରୋନା ରାଜ୍ୟକୁ ସମ୍ପୂର୍ଣ୍ଣ ଭାବେ କବଳିତ କରିସାରିଛି, ଏହା ଆଜିର ମୃତ୍ୟୁ ସଂଖ୍ୟାରୁ ପ୍ରମାଣିତ ହୋଇଛି । ରାଜ୍ୟରେ କରୋନା ସଂକ୍ରମଣ ପ୍ରାୟତଃ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୨୯୯କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ବରଗଡ଼, ଢେଙ୍କାନାଳ ଓ ମୟୂରଭଞ୍ଜରୁ ୫ ଜଣ ଲେଖାଏଁ, କଟକ, ଯାଜପୁର, ନୟାଗଡ଼, ପୁରୀ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ଭଦ୍ରକ, ଦେବଗଡ଼, ଗଞ୍ଜାମ, ଜଗତସିଂହପୁରରୁ ୨ ଜଣ ଲେଖାଏଁ, କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, ନବରଙ୍ଗପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.