ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛି ଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା। ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱରକୁ ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
Covid-19 Report For 19th September
New Positive Cases 510
Of which 0-18 years: 79
In quarantine: 297
Local contacts: 213(Details of local contacts will be shared by concerned Dist Administration)
District Wise Cases:
1. Angul: 3
2. Balasore: 33
3. Bhadrak: 9
4. Balangir: 1— I & PR Department, Odisha (@IPR_Odisha) September 20, 2021
ଆଜି ୫୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୯୭ ଓ ସ୍ଥାନୀୟ ଅଞ୍ଚଳରୁ ୨୧୩ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୭୯ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ୭୫୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୭ ହଜାର ୬୬ ରହିଥିବା ବେଳେ ୫ ହଜାର ୪୯୪ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. Rayagada: 3
23. Sambalpur: 9
24. Sundargarh: 3
25. State Pool: 47New recoveries: 746
Cumulative tested: 19319191
Positive: 1020754
Recovered: 1007066
Active cases: 5494— I & PR Department, Odisha (@IPR_Odisha) September 20, 2021