fbpx

ଓଡ଼ିଶାରେ ପୁଣି କରୋନାର ତାଣ୍ଡବ : ୫୦୦ ଟପିଲା ଦୈନିକ ସଂକ୍ରମଣ, ଜାଣନ୍ତୁ କେଉଁଠୁ କେତେ ବାହାରିଲେ

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ଭାଇରସ୍ ହୁ ହୁ ହୋଇ ବଢ଼ିବାରେ ଲାଗିଛି । ଦୈନିକ କରୋନା ସଂକ୍ରମଣ ୫ ଶହ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୧୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଲୋକାଲ କେସ ୨୧୨ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୩୦୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରୁ ୫୯ ଆକ୍ରାନ୍ତ ଥିବା ଜଣାପଡିଛି ।

ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୮୯, ଷ୍ଟେଟପୁଲରୁ ୫୧, ସୁନ୍ଦରଗଡ଼ ଓ ପୁରୀରୁ ୧୭ ଲେଖାଏଁ, ସୋନପୁରରୁ ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୨, ୯୨୮କୁ ବୃଦ୍ଧି ପାଇଛି । ଏବେ ସକ୍ରିୟ ମାମଲା ୨୭୯୫ ରହିଛି । ୨୪ ଘଣ୍ଟା ମଧ୍ୟରେ ୨୦୪ ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୨,୮୦,୯୫୪ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.