fbpx

ଭୁବନେଶ୍ବରରୁ ଦିନକରେ ୫୨ ପଜିଟିଭ୍ ଚିହ୍ନଟ

Advertisement

ଭୁବନେଶ୍ୱର,୧୬ ।୧୧(ଓଡିଶା ଭାସ୍କର): ଭୁବନେଶ୍ୱରରେ ଲଗାତର ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଆଜି ରାଜଧାନୀରୁ ମାତ୍ର ୫୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୨ ଜଣ ଚିହ୍ନଟ ହୋଇଥିବା ବେଳେ ୩୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ୭୪ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଟୁଇଟ୍‌ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)।

ତେବେ ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ୧୭୯ରେ ପହଞ୍ଚିଥିବା ବେଳେ ୨୯,୨୯୪ ଜଣ ସୁସ୍ଥ ହୋଇଛନ୍ତି। ୬୬୭ ଜଣ ଚିକିତ୍ସିତ ହେଉଛନ୍ତି। ୧୯୭ ଜଣଙ୍କ ମୃତ୍ୟୁ ଘଟିଛି।

Get real time updates directly on you device, subscribe now.