fbpx

ରାଜ୍ୟରେ ଚିହ୍ନଟ ହେଲେ ୫୨୪ ପଜିଟିଭ୍, ୨ ମୃତ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ପୂର୍ବ ଅପେକ୍ଷା କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । କିନ୍ତୁ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଆଜି ୫୨୪ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୦୮ ଓ ସ୍ଥାନୀୟ ଅଞ୍ଚଳରୁ ୨୧୬ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୮୨ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୫୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୨୩ ହଜାର ୮୪୯ ରହିଥିବା ବେଳେ ୪ ହଜାର ୮୫୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହା ବ୍ୟତୀତ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୨୯୮କୁ ବୃଦ୍ଧି ପାଇଛି । ଭୁବନେଶ୍ୱର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.