ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି। ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
Covid-19 Report For 2nd October
New Positive Cases: 528
Of which 0-18 years: 73
In quarantine: 310
Local contacts: 218(Details of local contacts will be shared by concerned Dist Administration)
District Wise Cases:
1. Angul: 1
2. Balasore: 9
3. Bargarh: 2
4. Bhadrak: 6— I & PR Department, Odisha (@IPR_Odisha) October 3, 2021
ଆଜି ୫୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୧୦ ଓ ସ୍ଥାନୀୟ ଅଞ୍ଚଳରୁ ୨୧୮ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୭୩ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୯୫୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୧୪ ହଜାର ୪୧୨ ରହିଥିବା ବେଳେ ୫ ହଜାର ୨୮୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. State Pool: 59
New recoveries: 579
Cumulative tested: 20172526
Positive: 1027959
Recovered: 1014412
Active cases: 5280— I & PR Department, Odisha (@IPR_Odisha) October 3, 2021