fbpx

ରାଜ୍ୟରେ ୮ ହଜାର ଟପିଲା ମୃତ୍ୟୁସଂଖ୍ୟା, ଆଜି ପୁଣି ୫୩ ଜୀବନ ନେଲା କରୋନା

ଭୁବନେଶ୍ୱର, (ଓଡିଶା ଭାସ୍କର): ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଯେତେ ସଚେତନ ରହିଲେ ବି ରାଜ୍ୟରେ ମୃତ୍ୟୁସଂଖ୍ୟା କମିବାରେ ନାଁ ଧରୁନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮ ହଜାର ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮,୦୨୨ କୁ ବୃଦ୍ଧି ପାଇଛି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଜଗତସିଂହପୁର ଓ କେନ୍ଦୁଝରରୁ ୬ ଲେଖାଏଁ, କଟକ ଓ ପୁରୀରୁ ୫ ଜଣ ଲେଖାଏଁ, ଯାଜପୁରରୁ ୪, କେନ୍ଦ୍ରାପଡ଼ାରୁ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହ ଅନୁଗୁଳ, ବଲାଙ୍ଗିର, ଝାରସୁଗୁଡ଼ା, ମୟୂରଭଞ୍ଜ, ନବରଙ୍ଗପୁର ଓ ନୟାଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.