fbpx

କଟକ ସହରରୁ ଆଜି ୫୩ କରୋନା ଆକ୍ରାନ୍ତ ଚିହ୍ନଟ

କଟକ, ୧୦ା୮(ଓଡ଼ିଶା ଭାସ୍କର): କଟକ ଜିଲ୍ଲାରୁ ଆଜି ୭୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫୩ ଜଣ କଟକ ସହରର ହୋଇଥିବା ଜଣାପଡ଼ିଛି । ୫୩ ଜଣଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ କେନ୍ଦ୍ରରୁ ୪୩ ଓ ସ୍ଥାନୀୟ ଅଞ୍ଚଳରୁ ୧୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ସିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

ବର୍ତ୍ତମାନ ସୁଦ୍ଧା କଟକ ସହରରୁ ୧୭୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ସାରିଥିବା ବେଳେ ସେମାନଙ୍କ ମଧ୍ୟରୁ ୯୨୧ ଜଣ ସୁସ୍ଥ ହୋଇଛନ୍ତି ଓ ୧୦ଜଣଙ୍କର ମୃତ୍ୟୁ ଘଟିଛି । ଏବେ ୭୯୯ଜଣ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି ।

Get real time updates directly on you device, subscribe now.