fbpx

ରାଜ୍ୟରେ ଆଜି ପୁଣି ୫୩ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, ୧୯ା୨ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଏହା ମଧ୍ୟରେ ଆଜି ପୁଣି ୫୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୧ ଓ ସ୍ଥାନୀୟ ଅଞ୍ଚଳରୁ ୨୨ ଜଣ ଚିହ୍ନଟ ହୋଇଛନ୍ତି । ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୫୧୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୩ ହଜାର ୮୮୮ ରହିଥିବା ବେଳେ ୬୫୮ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.