fbpx

ଦେଶରେ ହ୍ରାସ ପାଉଛି କରୋନା ସଂକ୍ରମଣ, ଆଜି ୫୩୫ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଗତ କିଛିଦିନ ଧରି କରୋନା ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ହ୍ରାସବୃଦ୍ଧି ଘଟିଥିବା ବେଳେ ଆଜି ସାମାନ୍ୟ ହ୍ରାସ ପାଇଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ତେବେ କିଛିଦିନ ପୂର୍ବରୁ ପୁଣି କରୋନା କଡ଼ ଲେଉଟାଇବାକୁ ନେଇ ଚିନ୍ତା ବଢ଼ିଯାଇଥିଲା । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୫୩୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୦ ହଜାର ୫୫୧କୁ ବୃଦ୍ଧି ପାଇଛି । ଦିନକରେ ୩୯ ହଜାର ୭୪୨ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୩ ଲକ୍ଷ ୭୧ ହଜାର ୯୦୧କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୮ ହଜାର ୨୧୨ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୩ କୋଟି ୫ ଲକ୍ଷ ୪୩ ହଜାର ୧୩୮କୁ ବୃଦ୍ଧି ପାଇଛି । ବର୍ତ୍ତମାନ ସୁଦ୍ଧା ୪୩ କୋଟି ୩୧ ଲକ୍ଷ ୫୦ ହଜାର ୮୬୪ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.