ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
ଆଜି ୫୪୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୧୮ ଓ ସ୍ଥାନୀୟ ଅଞ୍ଚଳରୁ ୨୩୧ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୭୦ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୯ ହଜାର ୮୧୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୨୬ ହଜାର ୭୭୪ ରହିଥିବା ବେଳେ ୪ ହଜାର ୬୭୩ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 26th October
New Positive Cases 549
Of which 0-18 years: 70
In quarantine: 318
Local contacts: 231(Details of local contacts will be shared by concerned District)
1. Angul: 2
2. Balasore: 12
3. Bargarh: 2
4. Bhadrak: 4
5. Balangir: 1— I & PR Department, Odisha (@IPR_Odisha) October 27, 2021
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୧୮କୁ ବୃଦ୍ଧି ପାଇଛି । ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
23. Sundargarh: 7
24. State Pool: 67New recoveries: 497
Cumulative tested: 21719159
Positive: 1039818
Recovered: 1026774
Active cases: 4673— I & PR Department, Odisha (@IPR_Odisha) October 27, 2021