fbpx

୨୪ଘଣ୍ଟାରେ ୫୫୧ଜଣଙ୍କ ଜୀବନ ନେଲା କରୋନା

ନୂଆଦିଲ୍ଲୀ, ୧୨ା୭: ଦେଶରେ ଦିନକୁ ଦିନ ପରିସ୍ଥିତି ଅଣଆୟତ ହେବାରେ ଲାଗିଛି । କରୋନା ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ଲକ୍ଷ ୪୯ହଜାର ୫୫୩କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୨୨ହଜାର ୬୭୪ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୫ଲକ୍ଷ ୩୪ହଜାର ୬୨୦ ସୁସ୍ଥ ହୋଇଥିବା ବେଳେ ୨ଲକ୍ଷ ୯୨ହଜାର ୨୫୮ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ଗତ ୨୪ଘଣ୍ଟାରେ ୫୫୧ଜଣଙ୍କର ମୃତ୍ୟୁ ହୋଇଛି ଓ ୨୮ହଜାର ୬୩୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାରେ କଏ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.