fbpx

ଦେଶରେ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ, ଆଜି ୫୫୩ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୫୫୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩ ହଜାର ୨୮୧କୁ ବୃଦ୍ଧି ପାଇଛି । ଦିନକରେ ୩୪ ହଜାର ୭୦୩ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୬ ଲକ୍ଷ ୧୯ ହଜାର ୯୩୨କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୬୪ ହଜାର ୩୫୭ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୯୭ ଲକ୍ଷ ୫୨ ହଜାର ୨୯୪କୁ ବୃଦ୍ଧି ପାଇଛି । ବର୍ତ୍ତମାନ ସୁଦ୍ଧା ୩୫ କୋଟି ୭୫ ଲକ୍ଷ ୫୩ ହଜାର ୬୧୨ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.