ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
Covid-19 Report For 18th October
New Positive Cases: 556
Of which 0-18 years: 87
In quarantine: 324
Local contacts: 232(Details of local contacts will be shared by concerned Dist Administration)
1. Angul: 5
2. Balasore: 10
3. Bhadrak: 8
4. Balangir: 1
5. Boudh: 7— I & PR Department, Odisha (@IPR_Odisha) October 19, 2021
ଆଜି ୫୫୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୨୪ ଓ ସ୍ଥାନୀୟ ଅଞ୍ଚଳରୁ ୨୩୨ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୮୭ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୯୭୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୨୨ ହଜାର ୭୮୦ ରହିଥିବା ବେଳେ ୪ ହଜାର ୮୪୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
New recoveries: 530
Cumulative tested: 21175476
Positive: 1035973
Recovered: 1022780
Active cases: 4846— I & PR Department, Odisha (@IPR_Odisha) October 19, 2021