fbpx

ପୁଣି ଓଡ଼ିଶାରୁ ୫୬ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିଲେ ବି ମୃତ୍ୟୁ ସଂଖ୍ୟା ରେକର୍ଡସ୍ତରରେ ରହୁଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୬ ଜଣଙ୍କ ମୃତ୍ୟୁ ଘଟିଛି । ଏହି କ୍ରମରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫ ହଜାର ୫୧୭୨କୁ ବୃଦ୍ଧି ପାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୯ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ସୁନ୍ଦରଗଡରୁ ୮, ବରଗଡ଼ ଓ ମୟୂରଭଞ୍ଜରୁ ୬ ଜଣ ଲେଖାଏଁ, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ପୁରୀରୁ ୩ ଜଣ ଲେଖାଏଁ, ମାଲକାନଗିରିରୁ ୨ ଜଣ କରୋନା ଆକ୍ରାନ୍ତ ମୃତ୍ୟୁ ପରଣ କରିଛନ୍ତି । ଏହା ସହ କଟକ, ଦେବଗଡ଼, ଗଞ୍ଜାମ, କଳାହାଣ୍ଡି, କୋରାପୁଟ, ସମ୍ପଲପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.