fbpx

ଦେଶରେ ହ୍ରାସ ପାଉଛି କରୋନା ସଂକ୍ରମଣ, ଆଜି ୫୬୨ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଗତ କିଛିଦିନ ଧରି କରୋନା ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ହ୍ରାସବୃଦ୍ଧି ଘଟିଥିବା ବେଳେ ଆଜି ସାମାନ୍ୟ ହ୍ରାସ ପାଇଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ତେବେ କିଛିଦିନ ପୂର୍ବରୁ ପୁଣି କରୋନା କଡ଼ ଲେଉଟାଇବାକୁ ନେଇ ଚିନ୍ତା ବଢ଼ିଯାଇଥିଲା । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୫୬୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୫ ହଜାର ୭୫୭କୁ ବୃଦ୍ଧି ପାଇଛି । ଦିନକରେ ୪୨ ହଜାର ୬୨୫ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୭ ଲକ୍ଷ ୬୯ ହଜାର ୧୩୨କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୧୦ ହଜାର ୩୫୩ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୩ କୋଟି ୯ ଲକ୍ଷ ୩୩ ହଜାର ୨୨କୁ ବୃଦ୍ଧି ପାଇଛି । ବର୍ତ୍ତମାନ ସୁଦ୍ଧା ୪୮ କୋଟି ୫୨ ଲକ୍ଷ ୮୬ ହଜାର ୫୭୦ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.