fbpx

ଆଜି ରାଜ୍ୟରୁ ୫୬୫ କରୋନା ପଜିଟିଭ୍ ଚିହ୍ନଟ: ଜାଣନ୍ତୁ କେଉଁଠୁ କେତେ

Advertisement

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛି ଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀରୁ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱରକୁ ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।

ଆଜି ୫୬୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୨୮ ଓ ସ୍ଥାନୀୟ ଅଞ୍ଚଳରୁ ୨୩୭ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୬୩ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୫ ହଜାର ୮୭୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୧୨ ହଜାର ୧୧୬ ରହିଥିବା ବେଳେ ୫ ହଜାର ୫୧୩ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.