fbpx

ରେଳ ବିଭାଗର ବିଜ୍ଞପ୍ତି: ୫୬୯୬ଟି ଆସିଷ୍ଟାଣ୍ଟ ଲୋକୋ ପାଇଲଟ ପଦରେ ଦିଆଯିବ ନିଯୁକ୍ତି

ସମସ୍ତ ଚାକିରି ଆଶାୟୀଙ୍କ ପାଇଁ ଆସିଛି ଏକ ବଡ଼ ସୁଯୋଗ । ଭାରତୀୟ ରେଳ ବିଭାଗ ବିଭାଗ ପକ୍ଷର ୫ ହଜାରରୁ ଅଧିକ ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀଙ୍କୁ ଆସିଷ୍ଟାଣ୍ଟ ଲୋକୋ ପାଇଲଟ ପଦରେ ନିଯୁକ୍ତି ଦିଆଯିବ । ଦେଶର ବିଭିନ୍ନ ରେଲୱେ ଭର୍ତ୍ତି ବୋର୍ଡ (ଆରଆରବି) ମାନଙ୍କରେ ଯୋଗ୍ୟ ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କରାଯିବ । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ଅଫିସିଆଲ ୱେବସାଇଟକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।

ଜାନୁଆରୀ ମାସ ୨୦ ତାରିଖରୁ ଅନଲାଇନ୍ ଆବେଦନ ଓ ପେମେଣ୍ଟ ଜମା ପ୍ରକ୍ରିୟା ଆରମ୍ଭ ହୋଇ ଫେବୃଆରୀ ମାସ ୧୯ ତାରିଖରେ ସମାପ୍ତ ହେବ । ପ୍ରାର୍ଥୀଙ୍କର ବୟସ ୨୧ରୁ ୩୦ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ । ଚଳିତ ବର୍ଷ ଜୁଲାଇ ମାସ ୧ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ବୟସ ଯୋଗ୍ୟତା ହିସାବକୁ ନିଆଯିବ । ଏହା ମଧ୍ୟରେ ଏହି ନିଯୁକ୍ତିର ଏକ ଶର୍ଟ ନୋଟିଫିକେସନ ଜାରି କରାଯାଇଥିବା ବେଳେ ଆସନ୍ତାକାଲି ଠାରୁ ସମ୍ପୂର୍ଣ୍ଣ ନୋଟିଫିକେସନ ଜାରି କରାଯିବ ।

ପ୍ରାର୍ଥୀଙ୍କୁ କେବଳ ଅନଲାଇନ୍ ଜରିଆରେ ଆବେଦନ କରିବାକୁ ପଡ଼ିବ । ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି), ଏକ୍ସ-ସର୍ଭିସମେନ, ମହିଳା, ତୃତୀୟଲିଙ୍ଗୀ, ସଂଖ୍ୟାଲଘୁ ଓ ଆର୍ଥିକ ପଛୁଆ ଶ୍ରେଣୀ (ଇବିସି) ପ୍ରାର୍ଥୀଙ୍କ କ୍ଷେତ୍ରରେ ଆବେଦନ ଫିସ୍ ୨୫୦ ଟଙ୍କା ରହିଥିବା ବେଳେ ଅନ୍ୟ ସମସ୍ତ ପ୍ରାର୍ଥୀଙ୍କ ପାଇଁ ୫୦୦ ଟଙ୍କା ରହିଛି । କମ୍ପ୍ୟୁଟର ବେସଡ୍ ଟେଷ୍ଟ (ସିବିଟି) ମାଧ୍ୟମରେ ଏହି ପରୀକ୍ଷା କରାଯିବ । ପ୍ରାର୍ଥୀମାନେ କେବଳ ଗୋଟିଏ ଆରଆରବିରେ ଆବେଦନ କରିପାରିବେ ଓ ଗୋଟିଏ ଅନଲାଇନ୍ ଆପ୍ଲିକେସନ ସବମିଟ୍ କରିପାରିବେ ।

ଅନଲାଇନ୍ ଆବେଦନ ଲିଙ୍କ: Available on 20.01.2024

Get real time updates directly on you device, subscribe now.